Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୯୫ କୋଭିଡ୍ ପଜିଟିଭ୍

18/09/2021 at 9:22 AM

ଭୁବନେଶ୍ୱର ୧୮।୦୯ : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୯୬୨୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୯୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୩ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୯୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୫ଜଣ, ଯାଜପୁର ଜିଲ୍ଲାରୁ ୩୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୨୩ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୭୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୯୬୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୮୭୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୫୫୬୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୧୯୩୭୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts