ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ

NEWS7
6th-and-7th-classes-open-after-diwali

ଭୁବନେଶ୍ୱର ୦୭।୦୩ : କେନ୍ଦ୍ରାପଡ଼ା ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ରେଡ୍। ଡେରାବିଶ ଛତାଛକ ସ୍ଥିତ ଜଳ ସମ୍ପଦ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଚଢାଉ କରୁଛିl ଚଢାଉ ବେଳେ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ କାଗଜପତ୍ର ଜବତ କରିଛିl

ଏ ଖବର ବି ପଢନ୍ତୁ:- ଭୟଙ୍କର ଦୁର୍ଘଟଣା, ଚାଲିଗଲା ୩ ବାଇକ ଆରୋହୀଙ୍କ ଜୀବନ

ଖବର ଅନୁଯାୟୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢାଉ । ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଅଫିସ ଓ ପୈତୃକ ଘର ସମେତ ୭ ଟି ସ୍ଥାନରେ ରେଡ୍ ଚାଲିଥିବା ଜଣାପଡ଼ିଛି l ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳ ସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ l ଏବେ ଛତାଛକ ସ୍ଥିତ କାର୍ଯ୍ୟାଳୟରେ SDO ଭାବେ ଅବସ୍ଥାପିତ ଅଛନ୍ତି l ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏହି ଚଢାଉ କରିଛି। ଚଢାଉ ବେଳେ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ କାଗଜପତ୍ର ଜବତ କରିଛି l

ଏ ଖବର ବି ପଢନ୍ତୁ:- ଶନିବାରଠୁ ତିନି ଦିନ ଘଡ଼ଘଡ଼ି ସହ କୁଆପଥର ବର୍ଷା, ୪ ଜିଲ୍ଲାକୁ ପାଣିପାଗ ବିଭାଗର ଆଲର୍ଟ