Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଦୀପାବଳି ପରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ, ନୂଆବର୍ଷ ପରେ ଖୋଲିପାରେ ପ୍ରଥମରୁ ପଞ୍ଚମ

3/11/2021 at 10:36 AM

ଭୁବନେଶ୍ବର ୩।୧୧: ଦୀପାବଳି ପରେ ରାଜ୍ୟରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ । ସେହିପରି ନୂଆବର୍ଷ ପରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିପାରେ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ପ୍ରଦାନ କରିଛନ୍ତି । ସେପଟେ ଦରବୃଦ୍ଧି ପାଇଁ ଏମଡିଏମ ପ୍ରଭାବିତ ହେଉଥିବା ମଧ୍ୟ ମନ୍ତ୍ରୀ ସ୍ବୀକାର କରିଛନ୍ତି । ଏନେଇ କେନ୍ଦ୍ରକୁ ଅବଗତ କରାଇଥିବା ମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ପର୍ଯ୍ୟାୟ କ୍ରମେ ସ୍କୁଲ ଖୋଲିବାକୁ ଯୋଜନା ହୋଇଥିଲା । ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଚାର ବିମର୍ଶ କରାଯାଉଥିଲା ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ । ରାଜ୍ୟରେ ଅଷ୍ଟମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲରେ ପାଠପଢା ଆରମ୍ଭ ହୋଇଛି ।

ଗତ ୨୫ତାରିଖରୁ ରାଜ୍ୟରେ ଅଷ୍ଟମ ଶ୍ରେଣୀ ଗୃହ ପାଠପଢା ଆରମ୍ଭ ହୋଇଛି । ସ୍କୁଲରେ ଏବେ ଛାତ୍ରଛାତ୍ରୀଙ୍କ ଉପସ୍ଥାପନ ଭଲ ରହୁଛି ।  ପ୍ରାୟ ୭୦ ପ୍ରତିଶତ ଛାତ୍ରଛାତ୍ରୀ ବିଦ୍ୟାଳୟ ଆସୁଛନ୍ତି ।  ପିଲାଙ୍କ ମଧ୍ୟରେ ସ୍କୁଲ ଆସିବାକୁ ଆଗ୍ରହ ଅଛି ।

   Related Posts