Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଗୋଟିଏ ଛକରେ ସିରିଜ୍‌ ଦୁର୍ଘଟଣା: ଟାଟାଏସି-ଅଟୋ ମୁହାଁମୁହିଁ ଧକ୍କା, ପଛକୁ ପଛ ପିଟାପିଟି ହେଲେ କାର ଓ ଟ୍ରକ, ୭ ଗୁରୁତର

21/02/2021 at 7:33 PM

 ସାଲେପୁର୨୧/୨: କଟକ-ଚାନ୍ଦାବାଲି ଭାତପଡା ଛକରେ ସିରିଜ୍‌ ଦୁର୍ଘଟଣା। ଏହି ଦୁର୍ଘଟଣାରେ ୭ ଜଣଙ୍କ ଅବସ୍ଥା ବର୍ତ୍ତମାନ ଗୁରୁତର। ଗୋଟିଏ ଦୁର୍ଘଟଣା ଯୋଗୁଁ ସମାନ ଘଟଣାସ୍ଥଳରେ ୩ଟି ଦୁର୍ଘଟଣା ଘଟିଛି। ପ୍ରଥମ ଟାଟା ଏସି ଓ ଅଟୋ ମୁହାଁମୁହିଁ ଧକ୍କା ହୋଇଥିଲା। ଠିକ୍ ଏହି ସମୟରେ ପଛରୁ ଆସୁଥିବା ଏକ କାର ବ୍ରେକ ମାରି ଅଟାକାଇବାକୁ ଚେଷ୍ଟା କରିବା ସମୟରେ ପଛପଟୁ ଏକ ଟ୍ରକ କାରକୁ ଧକ୍କା ଦେଇଥିଲା।

ଏହି ଦୁର୍ଘଟଣାରେ ୭ ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ଏମାନଙ୍କ ମଧ୍ୟରେ ୩ ଜଣ ଛୋଟ ପିଲା ଅଛନ୍ତି। ଗୁରୁତର ସମସ୍ତେ କଟକ ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।  ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଭିଡ ଲାଗିଥିଲା। ଯାହାଫଳରେ ଯାତାୟାତରେ ବାଧାପ୍ରାପ୍ତ ହୋଇଥିଲା। ସ୍ଥାନୀୟ ସାଲେପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଭିଡ ଭାଙ୍ଗି ରାସ୍ତା ଫାଙ୍ଖା କରିଥିଲେ।

   Related Posts