Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୭ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ

16/05/2020 at 7:35 AM

ଆଠମଲ୍ଲିକ ୧୬।୫: ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବ୍ଲକ୍ ନୂଆଁ ମାଣିତ୍ରୀ ଗାଁରେ ଅଗ୍ନିକାଣ୍ଡ ହୋଇଛି । ଶୁକ୍ରବାର ରାତି ପ୍ରାୟ ୧୦ଟା ବେଳେ ନିଆଁ ଲାଗିଥିଲା । ଖବର ପାଇ ଆଠମଲ୍ଲିକ ଦମକଳ ବାହିନୀ ଗାଁରେ ପହଞ୍ଚି ନିଆଁକୁ ଆୟତ କରିଛି ।

ନିଆଁ ଲାଗିବା ଯୋଗୁଁ ନୂଆଁ ମାଣିତ୍ରୀ ଗାଁର ୭ ବଖରା ଘର ଜଳିପୋଡି ପାଉଁଶ ହୋଇଯାଇଛି । ଏହାସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଛି । ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, ପରିବାର ଲୋକମାନଙ୍କ ପିନ୍ଧା ଲୁଗା ବ୍ୟତୀତ ଅନ୍ୟ କିଛି ଉଦ୍ଧାର କରାଯାଇପାରି ନାହିଁ । ଅଗ୍ନିକାଣ୍ଡର କାରଣ ଜଣା ପଡିନାହିଁ ।  ଘଟଣାସ୍ଥଳରେ ଆଠମଲ୍ଲିକ ଅଗ୍ନିଶମ ବିଭାଗର ଦୁଇ ଗୋଟି ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଅଗ୍ନିକାଣ୍ଡରେ ୪ ଗୋଟି ପରିବାର ଘର ପୋଡିଛ । ନବକୁମାର ପ୍ରଧାନଙ୍କ ଦୁଇ ବଖରା, ବିରେନ ପ୍ରଧାନଙ୍କ ୩ ବଖରା, ମାଧବ ପ୍ରଧାନଙ୍କ ଗୋଟିଏ ବଖରା ଓ ଜୀବର୍ଦ୍ଧନ ଘିବାଳାଙ୍କର ଗୋଟିଏ ବଖରା ଘର ପୋଡି ଥିବା ସୂଚନା ମିଳୁଛି ।

   Related Posts