ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ, ଦୁଇଟି ପରିବାରର ୭ଜଣ ଗୁରୁତର

Published By : Prameya-News7 Bureau | September 27, 2020 IST

ଖୋର୍ଦ୍ଧା ୨୭।୯: ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ଯୋଗୁଁ ଦୁଇଟି ପରିବାରର ୭ ଜଣ ଗୁରୁତର ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗଡମାଣିତ୍ରୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗଡମାଣିତ୍ରୀ ଗାଁରେ ହଠାତ୍ ଗ୍ୟାସ୍‌ ଲିକ୍‌ ହେବାରୁ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡ ଯୋଗୁଁ ଦୁଇଟି ପରିବାରର ୭ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ଉଦ୍ଧାର କରି ପ୍ରଥମେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି । ଅନ୍ୟପଟେ ବେଗୁନିଆଁ ଅଗ୍ନିଶମ ବାହିନୀ ଗାଁରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.