Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

OCAC ମୁଖ୍ୟଙ୍କ ହ୍ୱାଟ୍‌ସ ଆପ୍‌ ନମ୍ବର ହ୍ୟାକ୍‌, ଲୁଟିନେଲେ ୭ଲକ୍ଷ ଟଙ୍କା

11/11/2021 at 9:04 AM

ଭୁବନେଶ୍ବର ୧୧।୧୧ : ମାତିଲେ ପୁଣି ସାଇବର ଲୁଟେରା । ଓଡିଶା କମ୍ପ୍ୟୁଟର ଆପ୍ଲିକେସନ ସେଣ୍ଟର ବା  ଓକାକ ମୁଖ୍ୟଙ୍କ ହ୍ବାଟ୍‌ସ ଆପ୍ ନମ୍ବର ହ୍ୟାକ୍ ହୋଇଛି । ନମ୍ବର ହ୍ୟାକ୍ କରି ଲୁଟିନେଲେ ୭ ଲକ୍ଷ ଟଙ୍କା । ଏନେଇ ଶହୀଦନଗର ଥାନାରେ ଅଭିଯୋଗ ହୋଇଛି । ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଓକାକ ସିଇଓ ତଥା E&IT ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକ ହ୍ୟାକରଙ୍କ ହେଲେ ଶିକାର । ମନୋଜ କୁମାରଙ୍କ ହ୍ବାଟ୍‌ସ ଆପ ନମ୍ବର ହ୍ୟାକ୍‌ କରି ସମ୍ପର୍କୀୟଙ୍କୁ ଟଙ୍କା ମାଗିଲେ ହ୍ୟାକର । ଏନେଇ ଶହୀଦନଗର ଥାନାରେ ମନୋଜ ପଟ୍ଟନାୟକ  ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି ।

ତେବେ କିଏ ଓ କାହାଠୁ କେତେ ଟଙ୍କା ନେଇଛନ୍ତି ସାଇବର ଲୁଟେରା । ସେନେଇ ଖୋଲତାଡ଼ ଆରମ୍ଭ କରିଛି ପୋଲିସ । ଆବଶ୍ୟକ ପଡିଲେ ସାଇବର ସେଲ୍‌ର ସହଯୋଗ ନେବାର ମଧ୍ୟ ସୂଚନା ରହିଛି । ଘଟଣାରେ ଅଧିକ ତଥ୍ୟ ଯୋଗାଡ଼ କରୁଛି ଶହୀଦନଗର ପୋଲିସ ।  

   Related Posts