Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଭିଡ଼ିଓ କନ୍ଫରେନସ ମାଧ୍ୟମରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ

18/06/2021 at 8:56 PM

ଭୁବନେଶ୍ୱର, ୧୮/୦୬: ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଭିଡ଼ିଓ କନ୍ଫରେନସ ମାଧ୍ୟମରେ ରାଜ୍ୟର ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ କରିଥିଲେ। ଏହି କ୍ରମରେ ଭଦ୍ରକ ଜିଲ୍ଲା ନୂତନ ମୁଖ୍ୟ ଚିକତ୍ସାଳୟ ପରିସରରେ ଜିଲ୍ଲାର ୭ଟି ବିଭିନ୍ନ ପ୍ରକଳ୍ପର ଶୁଭ ଭିତ୍ତିପ୍ରସ୍ଥର ସ୍ଥାପନ କରିଥିଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଜିଲ୍ଲାରେ ତରଳ ମେଡିକାଲ ଅକ୍ସିଜେନ (LMO, 6KL) ସଂରକ୍ଷଣ ବ୍ୟବସ୍ଥା, ଚାପ ଅବଶୋଷଣ ପ୍ରଣାଳୀରେ ଜିଲ୍ଲାରେ ମେଡିକାଲ ଅକ୍ସିଜେନ 833 LPMର ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥା, ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ନୂତନ ଗୃହ, ଧାମନଗର ବ୍ଳକ ଅନ୍ତର୍ଗତ ସୋହଡା ସ୍ବାସ୍ଥ୍ୟ ଉପକେନ୍ଦ୍ରର ନୂତନ ଗୃହ ଉଦଘାଟନ ହୋଇଛି l ଏଥି ସହିତ ଆରଡି ସ୍ବାସ୍ଥ୍ୟ ଉପକେନ୍ଦ୍ରର ନୂତନ ଗୃହ, ଧୂଷୁରୀ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପ୍ରସୂତୀ ଗୃହର ସଂପ୍ରସାରଣ ଓ ମତୋ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପ୍ରସୂତୀ ଗୃହର ସଂପ୍ରସାରଣ ପରି 7 ଟି ପ୍ରକଳ୍ପର ଶୁଭ ଭିତ୍ତିପ୍ରସ୍ଥର ସ୍ଥାପନ ଭିଡିଓ କନ୍ସରେନସ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ଓ ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସ ଉପସ୍ଥିତ ଥିଲେ।

   Related Posts