Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍‌, ୩୩୪୮୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

29/01/2021 at 12:01 PM

ଭୁବନେଶ୍ବର ୨୯।୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୮୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୮୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୧୬୬୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୬୬୦୫୬୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts