Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

7/03/2021 at 11:16 AM

ଭୁବନେଶ୍ବର ୦୭।୦୩: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୭୪୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୭୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୯୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୪୭୨୨୩୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts