Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

କରୋନାକୁ ହରାଇଲେ ୯୬ ବର୍ଷୀୟ ସ୍ବାଧିନତା ସଂଗ୍ରାମୀ, ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଲେ

7/10/2020 at 5:15 PM

ଭୁବନେଶ୍ବର ୭।୧୦: ସାରା ବିଶ୍ବରେ ଜାରି ରହିଥିବା କୋଭିଡ -୧୯ ମହାମାରୀ ସହ ଲଢ଼ି ଏହାକୁ ପରାଜିତ କରିଛନ୍ତି ଜଣେ ୯୬ ବର୍ଷୀୟ ସ୍ୱାଧିନତା ସଂଗ୍ରାମୀ । ସମ୍ କୋଭିଡ ହସ୍ପିଟାଲ୍‌ରେ ସଫଳ ଚିକିତ୍ସା ପାଇବା ପରେ ଏହି ବର୍ଷୀୟାନ୍ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଚାରିଆଡେ ଆନନ୍ଦର ଲହରୀ ଖେଳିଯାଇଛି ।

ଭୁବନେଶ୍ୱରର ଲୋକନାଥ ନାୟକ ଗତ ସେପ୍ଟେମ୍ବର ୨୯ ତାରିଖରେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ସେହି ଦିନ ହିଁ ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସା ପାଇଁ ଭର୍ତି ହୋଇଥିଲେ । ତାଙ୍କୁ ଜ୍ୱର ରହିଥିବା ବେଳେ ସେ ଖୁବ୍ ଦୁର୍ବଳ ହୋଇପଡ଼ିଥିଲେ ଏବଂ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିଲେ ।

ସମ୍ କୋଭିଡ୍ ଟିମ ତୁରନ୍ତ ତାଙ୍କର ଚିକିତ୍ସା ଆରମ୍ଭ କରିଥିଲେ । ତାଙ୍କ ଶରୀରରେ ଜଟିଳ କିଡ୍‌ନୀ ରୋଗ ଓ ଡାଏବେଟିସ୍ ଭଳି ସମସ୍ୟା ମଧ୍ୟ ରହିଥିଲା । ତୁରନ୍ତ ହସ୍ପିଟାଲ୍‌ରେ ତାଙ୍କର ଚିକିତ୍ସା ଆରମ୍ଭ କରାଯାଇଥିଲା ।

ତାଙ୍କୁ ଆଣ୍ଟି ଭାଇରାଲ୍ ଚିକିତ୍ସା ପ୍ରଦାନ କରାଯିବା ସହିତ ସେ ସଂପୂର୍ଣ୍ଣ ସୁସ୍ଥ ହେବା ପର୍ଯ୍ୟନ୍ତ ଆଇସିୟୁରେ ରଖାଯାଇଥିଲା । ଏହି ବୟୋଜ୍ୟେଷ୍ଠଙ୍କୁ ସୁସ୍ଥ କରିବା ପାଇଁ ସମ୍ କୋଭିଡ ଟିମ୍ ଅତି ନିଷ୍ଠା ଓ ଯତ୍ନର ସହିତ ତାଙ୍କର ଚିକିତ୍ସା କରିଥିଲେ । ବୁଧବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଲୋକନାଥ ନାୟକ ।

ସୁସ୍ଥ ହେବା ପରେ ଲୋକନାଥ ନାୟକ କହିଛନ୍ତି, ମୋତେ ଯେଉଁ ଭଳି ଚିକିତ୍ସା କରାଗଲା ତାହା ମୋର ଆଶାତୀତ । ହସ୍ପିଟାଲ୍‌ର ଡାକ୍ତର ଓ ନର୍ସମାନେ ନିଷ୍ଠା ଓ ଯତ୍ନର ସହ ମୋର ଚିକିତ୍ସା କରିଛନ୍ତି । ମୁଁ ସେମାନଙ୍କଠାରେ କୃତଜ୍ଞ ବୋଲି ସେ କହିଛନ୍ତି ।

ଲୋକନାଥ ନାୟକଙ୍କ ପୁଅ ମନୋରଞ୍ଜନ ନାୟକ ଚିକିତ୍ସା କରୁଥିବା ଡାକ୍ତରୀ ଟିମ୍‌କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ବାପା ସୁସ୍ଥ ହୋଇ ଘରକୁ ଫେରିଥିବାରୁ ସେ ସମ୍ କୋଭିଡ୍ ହସ୍ପିଟାଲ୍‌କୁ ଉଚ୍ଚ ପ୍ରଶଂସା କରିବା ସହ କୃତଜ୍ଞତା ଜଣାଇଛନ୍ତି ।

   Related Posts