Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

କାଶ୍ମୀରରେ ଥମୁନି ଅଶାନ୍ତି, ୭ ସାଧାରଣ ନାଗରିକଙ୍କୁ ହତ୍ୟା ପରେ ୫୭୦ ଜଣ ଅଟକ

10/10/2021 at 12:13 PM

ଜାମ୍ମୁ ୧୦/୧୦: କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ ଓ କଶ୍ମୀରରେ ସଂଖ୍ୟା ଲଘୁଙ୍କ ଉପରେ ଆକ୍ରମଣ କରାଯିବାରୁ ଅସାମାଜିକ ତତ୍ତ୍ୱଙ୍କ ଉପରେ ନିରାପତ୍ତା ବଳ ବ୍ୟାପକ ଚଢ଼ାଉ ଆରମ୍ଭ କରିଛି । ସପ୍ତାହକ ମଧ୍ୟରେ କଶ୍ମୀର ଉପତ୍ୟକାରେ ୭ ଜଣ ସାଧାରଣ ନାଗରିକ ନିହତ ହେବା ପରେ ଶ୍ରୀନଗରରେ ପ୍ରାୟ ୭୦ଜଣ ଯୁବକଙ୍କୁ ଅଟକ ରଖାଯାଇଛି ।

ଏହାକୁ ମିଶାଇ ସମଗ୍ର କଶ୍ମୀରରେ ସମୁଦାୟ ୫୭୦ଜଣଙ୍କୁ ଅଟକ ରଖାଯାଇଛି । ସେମାନଙ୍କ ମଧ୍ୟରେ ଥିବା କେତେକ ଟେକାପଥର ଫିଙ୍ଗାଳି ଏବଂ ଅନ୍ୟାନ୍ୟ ଅସାମାଜିକ କାର୍ଯ୍ୟକ୍ତ ଲିପ୍ତ ରହୁଥିବା ବ୍ୟକ୍ତିବିଶେଷଙ୍କୁ ଜମ୍ମୁ ଓ କଶ୍ମୀର ପୋଲିସ ପଚରାଉଚରା କରୁଛି । ସେହିପରି, ଆତଙ୍କବାଦୀ ସମ୍ବନ୍ଧୀୟ କାର୍ଯ୍ୟକଳାପ ବିରୋଧରେ ଚଳାଇଥିବା ଚଢ଼ାଉ ଅଭିଯାନର ଅଂଶବିଶେଷ ଭାବେ ‘ନ୍ୟାସ୍‌ନାଲ୍‌ ଇନ୍‌ଭେଷ୍ଟିଗେସନ୍‌ ଏଜେନ୍‌ସି’ (ଏନ୍‌ଆଇଏ) ମଧ୍ୟ ଜମ୍ମୁ ଓ କଶ୍ମୀରର ୧୪ଟି ସ୍ଥାନରେ ଚଢ଼ାଉ କରିଛି ।

ଗତ ପାଞ୍ଚ ଦିନ ମଧ୍ୟରେ କଶ୍ମୀର ଉପତ୍ୟକାରେ ନିହତ ହୋଇଥିବା ୬ଜଣ ସାଧାରଣ ନାଗରିକଙ୍କ ମଧ୍ୟରୁ ୪ଜଣ ହେଉଛନ୍ତି ସଂଖ୍ୟାଲଘୁ ସମ୍ପ୍ରଦାୟର । ସେହିଭଳି, ପରିସଂଖ୍ୟାନ ଅଧିକାରୀମାନଙ୍କ କହିବା ଅନୁସାରେ, ୨୦୨୧ରେ ଏପର୍ଯ୍ୟନ୍ତ ନିହତ ହୋଇଥିବା ୨୮ଜଣ ସାଧାରଣ ନାଗରିକମାନଙ୍କ ମଧ୍ୟରୁ ୫ଜଣ ହେଉଛନ୍ତି ସ୍ଥାନୀୟ ହିନ୍ଦୁ କିଂବା ଶିଖ୍‌ ସମ୍ପ୍ରଦାୟର ଏବଂ ଅନ୍ୟ ୨ଜଣ ଅଣ-ଆଞ୍ଚଳିକ ଶ୍ରମିକ।

   Related Posts