ଆଜି କୋଭିଡ୍ ସଂକ୍ରମଣରୁ ସୁସ୍ଥ ହେଲେ ୭୨୮, ଗଞ୍ଜାମରୁ ସର୍ବାଧିକ ୩୯୧ ଜଣ ଭଲ ହୋଇ ଘରକୁ ଫେରିଲେ

Published By : Prameya-News7 Bureau | July 25, 2020 IST

ଭୁବନେଶ୍ଵର ୨୫।୦୭: ରାଜ୍ୟରେ ହୁ  ହୁ ହୋଇ ମାଡି ଚାଲିଛି କରୋନା ଭାଇରସ୍। ଦିନକୁ ଦିନ ଛତୁ ଫୁଟିବା ପରି ନୂତନ ସଂକ୍ରମଣ ଚିହ୍ନଟ ହେବାରେ ଲାଗିଛି। ସେହି ପରି ମୁଣ୍ଡ ମଧ୍ୟ ଗଡିବାରେ ଲାଗିଛି। ଫଳରେ ସରକାରଙ୍କଠୁ ନେଇ ଜନତା ପର୍ଯ୍ୟନ୍ତ ସମସ୍ତେ ଆଶଙ୍କିତ। ରାଜ୍ୟରେ ଏବେ ଦୈନିକ ହଜାରେରୁ ଉର୍ଦ୍ଧ୍ଵ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଶ୍ଵସ୍ତିକର କଥା ସଂକ୍ରମିତଙ୍କ ସହ ତାଳ ଦେଇ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ୭୨୮ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧୫ ହଜାର ଟପି ୧୫୯୨୮କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍‌ ଜରିଆରେ ଶନିବାର ଏହାର ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ ଆଜି ପ୍ରଥମ ଥର କରୋନାରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି।

ସ୍ଵାସ୍ଥ୍ୟ ବିଭାଗ ଅନୁଯାୟୀ, ଗଞ୍ଜାମରୁ ସର୍ବାଧିକ ୩୯୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ଖୋର୍ଦ୍ଧାରୁ ୪୯, କଟକରୁ ୪୩, ବାଲେଶ୍ଵରରୁ ୩୨, ଯାଜପୁରରୁ ୩୨, ଗଜପତିରୁ ୨୩, ମୟୂରଭଞ୍ଜରୁ ୧୯, ଅନୁଗୁଳରୁ ୧୮, ଜଗତସିଂହପୁର ୧୭, ନୟାଗଡରୁ ୧୭ କରୋନା ଆକ୍ରାନ୍ତ ଆରୋଗ୍ୟ  ଲାଭ କରିଛନ୍ତି।

wp:html /wp:html wp:html /wp:html

ସେହି ପରି ସମ୍ବଲପୁରରୁ ୧୧, ମାଲକାନଗିରିରୁ ୧୦, ବରଗଡ,  ଢେଙ୍କାନାଳ, କେନ୍ଦ୍ରାପଡା, ପୁରୀ ଓ ସୁନ୍ଦରରୁ ଜଣେ ଲେଖାଏଁ ରୋଗୀ କରୋନାକୁ ମାତ୍‌ ଦେବାରେ ସଫଳ ହୋଇଛନ୍ତି। ବଲାଙ୍ଗିର, ଝାରସୁଗୁଡା ଓ ସୋନପୁରରୁ ୫ ଜଣ ଲେଖାଏଁ, ଭଦ୍ରକ ଓ ନବରଙ୍ଗପୁରରୁ ୪ ଜଣ ଲେଖାଏଁ, କୋରାପୁଟରୁ ୩, ବୌଦ୍ଧ ଓ କେନ୍ଦୁଝରରୁ ୨ ଜଣ ଲେଖାଏଁ ସଂକ୍ରମିତ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏସବକୁ ମିଶାଇ ଗତ ୨୪ ଘଣ୍ଟାରେ ରାଜ୍ୟରେ ମୋଟ୍ ୭୮୨ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ରେକର୍ଡ ୧୩୨୦ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ୨୪୦୧୩ରେ ପହଞ୍ଚିଛି। ଆଜି ସୁସ୍ଥ ହୋଇଥିବା ୭୨୮ ଜଣଙ୍କୁ ମିଶାଇ ରାଜ୍ୟରେ ଅଦ୍ୟାବଧି ଆରୋଗ୍ୟଙ୍କ ସଂଖ୍ୟା ୧୫୯୨୮କୁ ବୃଦ୍ଧି ଘଟିଛି।  ସେହି ଭଳି ଆଜି ଏହି ମହାମାରୀରେ ମୃତକଙ୍କ ସଂଖ୍ୟା ପ୍ରଥମ ଥର ଦୁଇ ଅଙ୍କ ଛୁଇଁଛି। ଗତ ୨୪ ଘଣ୍ଟାରେ ୧୦ ଜଣଙ୍କ ପ୍ରାଣହାନୀ ଘଟିଛି। ରାଜ୍ୟରେ ଏ ପର୍ଯ୍ୟନ୍ତ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ଘଟିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.