Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବୁଧବାର ମୁଖ୍ଯ ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ
  • ||
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ମୁଖ୍ଯ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ
  • ||
  • ଆଠଗଡ : ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ
  • ||
  • ବାଲେଶ୍ବର : ସୋସିଆଲ୍ ମିଡିଆରେ ସ୍ତ୍ରୀର ଉଲଗ୍ନ ଫଟୋ : ସ୍ବାମୀକୁ ଗିରଫ କରି ଦଫା ଲଗାଇଛି ପୋଲିସ, ଅଭିଯୁକ୍ତ କହୁଛି- ମୁଁ ଅପଲୋଡ୍ କରିନି
  • ||
  • ନୂଆପଡା : ୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
  • ||
  • ଭୁବନେଶ୍ବର : ୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ଭିସୁଟ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ରିପୋର୍ଟ ଥିଲା ଭୁଲ୍, ଆଣ୍ଟିଜେନ୍ କିଟ୍ ଖରାପରୁ ୨୫ଜଣଙ୍କର ରିପୋର୍ଟ ଆସିଥିଲା ପଜିଟିଭ୍
  • ||
  • କୋରାପୁଟ : ଜବତ ହେଲା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ୍, ୩ ଅଟକ
  • ||

ସରପଞ୍ଚ ପ୍ରୟୋଗ କଲେ ଜିଲ୍ଲାପାଳଙ୍କ କ୍ଷମତା, କିଛି ଗାଁକୁ ୭୩ ଘଣ୍ଟା ପାଇଁ ସଟ୍‌ଡାଉନ୍‌ ଘୋଷଣା

18/07/2020 at 9:30 AM

ଆଠଗଡ଼ ୧୮।୦୭: ବଢୁଛି କରୋନା ସଂକ୍ରମଣ , ଚିନ୍ତାରେ ପ୍ରଶାସନ । ପ୍ରତିଦିନ କରୋନା ଗ୍ରାଫ୍‌ ଦିନକୁ ଦିନ ବଢିଚାଲିଛି । ଯାହାକୁ ଦୃଷ୍ଟିରେ ରଖି ସରକାର ଓ ସ୍ଥାନୀୟ ପ୍ରଶାସନ ଅନେକ ପଦକ୍ଷେ ନେଉଛନ୍ତି । ଗତ କିଛି ଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସ୍ଥାନୀୟ ଅଞ୍ଚଳରୁ କରୋନା ସଂକ୍ରମିତ ଚିହ୍ନଟ ପରେ ଆକ୍ସନ ମୋଡରେ ଆସୁଛନ୍ତି ସରପଞ୍ଚ ଓ ପ୍ରଶାସନ । ସଂକ୍ରମଣ ଯେପରି ଅନ୍ୟଆଡେ଼ , ନବ୍ୟାପେ ସେଥିପାଇଁ କଡା ପଦକ୍ଷେପ ନେଉଛନ୍ତି । ଏହିପରି ଭାବେ ଆଠଗଡ ତିଗିରିଆରୁ ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ପରେ କିଛି ଗାଁକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି ।

ସୂଚନାଯୋଗ୍ୟ ଯେ, ତିଗିରିଆ ବ୍ଲକର  ବଡ଼ନାଉପୁଟ ପଞ୍ଚାୟତରୁ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାପରେ ଆକ୍ସନ ମୋଡରେ ଆସିଛନ୍ତି ସ୍ଥାନୀୟ ପ୍ରଶାସନ । କରୋନା ପଜିଟିଭ୍‌ ଚିହ୍ନଟ ପରେ ପଞ୍ଚାୟତର ବଡ଼ନାଉପୁଟ ଠାରୁ ଆରମ୍ଭ କରି ଖଣ୍ଡହତା ପର୍ଯ୍ୟନ୍ତ ସମସ୍ତ ଗାଁକୁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସରପଞ୍ଚ।  ଆଜି  ସକାଳ ୬ଟା ଠାରୁ  ୨୧ତାରିଖ ସକାଳ ୧୦ ଟା ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ଘୋଷଣ କରାଯାଇଛି । ଜିଲ୍ଲାପାଳଙ୍କ କ୍ଷମତା ପ୍ରୟୋଗ କରି ୭୩ ଘଣ୍ଟା ପାଇଁ ସଟଡାଉନ ଘୋଷଣ କରିଛନ୍ତି ସରପଞ୍ଚ । ସଟ୍‌ଡାଉନ୍‌ ସମୟ ପୁରା ଅଞ୍ଚଳରେ କଟକଣା କଡା କରାଯିବ । ଯଦି କେହି କଟକଣା ନମାନ୍ତି, ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

   Related Posts