ଆସିଲା ଭଲ ଖବର: ରାଜ୍ୟରେ ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ

Published By : Prameya-News7 Bureau | May 30, 2020 IST

ଭୁବନେଶ୍ୱର, ୩୦|୦୫: ରାଜ୍ୟରେ ଆଉ ୭୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ଏବେସୁଦ୍ଧା ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୦୫୦ରେ ପହଁଚିଛି ।

wp:html /wp:html

ଶନିବାର ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮ଜଣ ବୌଦ୍ଧର ଥିବା ବେଳେ ୧୧ଜଣ ପୁରୀର ରହିଛନ୍ତି । ସେହିପରି ୧୦ଜଣ କେନ୍ଦ୍ରାପଡା, ୯ଜଣ କଟକ ଓ ୭ଜଣ ଖୋର୍ଧାର ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଆହୁରି ମଧ୍ୟ ମାଲକାନଗିରି ଓ ଅନୁଗୁଳରୁ ୨ଜଣ ଲେଖାଏଁ ଏବଂ ଗଞ୍ଜାମ, ବାଲେଶ୍ୱର, ଯାଜପୁର ଓ କନ୍ଧମାଳ ଜିଲ୍ଲାର ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି ।

ରାଜ୍ୟରେ ଶନିବାର ଏବେସୁଦ୍ଧା ୯୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି । ଶନିବାର ଚିହ୍ନଟ ହୋଇଥିବା ୯୬ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, କଟକ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, ଗଜପତି ଜିଲ୍ଲାରୁ ୧୦ ଜଣ, ନୂଆପଡା ଜିଲ୍ଲାରୁ ୪ ଜଣ ଏବଂ ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ରହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.