Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

କଟକରେ ନିଦ ହଜାଇଲାଣି କରୋନା : ରବିବାର ଚିହ୍ନଟ ୯୪ ମଧ୍ୟରୁ CMC ଅଞ୍ଚଳରେ ୭୪ ସଂକ୍ରମିତ

5/07/2020 at 2:17 PM

କଟକ ୦୫।୦୭: କଟକରେ କାୟା ମେଲାଇବାରେ ଲାଗିଛି କରୋନା ଭାଇରସ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ରବିବାର ଦିନ ରାଜ୍ୟରେ ୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ତାହା ମଧ୍ୟରୁ କଟକ ୯୪ଜଣ ସଂକ୍ରମିତ ରହିଛନ୍ତି । ତେବେ ସେହି ୯୪ଜଣ ସଂକ୍ରମିତଙ୍କ  ମଧ୍ୟରୁ କଟକ ସହରରୁ ୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।   

ତେବେ ଆଜି କଟକ ସହରରୁ ଚିହ୍ନଟ ହୋଇଥିବା ୭୪ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ସରକାରୀ କ୍ବାରେଣ୍ଟାଇନ୍‌ରୁ ୪୬ ଓ ହୋମ୍ କ୍ବାରେଣ୍ଟାଇନ୍‌ରୁ ୨୮ ଚିହ୍ନଟ ହୋଇଛନ୍ତି । ଆଚାର୍ଯ୍ୟ ହରିହରି  କର୍କଟ ଚିକିତ୍ସା କେନ୍ଦ୍ରରୁ ୩୮ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ସରକାରୀ କ୍ବାରେଣ୍ଟାଇନ୍‌ରୁ ୨ କୋରୋନା ଯୋଦ୍ଧା ଆକ୍ରାନ୍ତ ରହିଛନ୍ତି । ସେହିପରି ହୋମ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ୨୮ଜଣଙ୍କ ମଧ୍ୟରୁ ମାଳିସାହିରୁ ୧୩ଜଣ ଏବଂ ମାଣିକଘୋଷ ବଜାରରୁ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ସୁଦ୍ଧା କଟକ ସହରରେ ୧୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨ଜଣ କରୋନାରେ ମୃତ୍ୟୁ ହୋଇଥିବା ବେଳେ ୧୬୬ଟି ଆକ୍ଟିଭ୍‌ କେସ୍ ରହିଛି ।

   Related Posts