Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ, ୧୯୩୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ବଢ଼ି ଚାଲିଛି କରୋନା ସଂକ୍ରମଣ, ମହାରାଷ୍ଟ୍ରରେ ଆଜିଠାରୁ ମେ ପହିଲା ପର୍ଯ୍ୟନ୍ତ ୧୪୪ ଧାରା
  • ||
  • ଜଗତସିଂହପୁର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି : ମା ଶାରଳାଙ୍କ ପୀଠରେ ଲାଗୁ ହେଲା ୧୪୪ ଧାରା, ନୀତି ସମ୍ପନ୍ନ କରିବେ ସେବାୟତ
  • ||
  • ବାରଙ୍ଗ : ନନ୍ଦନକାନନକୁ ନୂଆ ଅତିଥି, ଦ୍ୱିତୀୟ ଥର ପାଇଁ ମା ହେଲା ବାଘୁଣୀ ମେଘା
  • ||
  • ୨ହଜାର ଟପିଲା ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୨୨୬୭ ପଜିଟିଭ୍ ଚିହ୍ନଟ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

2/03/2021 at 12:20 PM

ଭୁବନେଶ୍ବର ୨।୩: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୩୫୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୬୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୩୬୦୧୪୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts