Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଦେଶରେ ଗତ ୨୪ଘଣ୍ଟାରେ ୭୪୪୪୨ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୯୦୩ଜଣ ମୃତ୍ୟୁ…

5/10/2020 at 10:04 AM

ନୂଆଦିଲ୍ଲୀ ୦୫।୧୦: ଦେଶରେ କରୋନା ଭାଇରସ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଦେଶରେ କ୍ରମାଗତ ଭାବେ ସଂକ୍ରମିତଙ୍କ ଗ୍ରାଫ ବଢିଚାଲିଛି । ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ୭୪,୪୪୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯୦୩ଜଣଙ୍କ ମୃତ୍ୟୁ ହୋଇଛି । କିନ୍ତୁ ରବିବାର ଅପେକ୍ଷା ସଂକ୍ରମଣ ମାମଲାରେ ସାମାନ୍ୟ ହ୍ରାସ ପାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଦେଶରେ କରୋନାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୬ଲକ୍ଷ ପାର୍‌ ହୋଇଛି । ଦେଶରେ ବର୍ତ୍ତମାନ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୬,୨୩,୮୧୬ରେ ପହଁଞ୍ଚିଛି । ଏଥିରେ ୯,୩୪,୪୨୭ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୫,୮୬,୭୦୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହିତ ଭାରତରେ ମୋଟ ୧,୦୨,୬୮୫ଜଣଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ରବିବାର ତୁଳନାରେ ସଂକ୍ରମଣ ମାମଲା ହ୍ରାସ ପାଇଛି । ରବିବାର ଦିନ ୭୫,୮୨୯ଜଣ ଚିହ୍ନଟ ହୋଇଥିବା ୯୪୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗତ ୨୪ଘଣ୍ଟା ମଧ୍ୟରେ ୭୪,୪୪୨ଜଣ ଚିହ୍ନଟ ହୋଇଥିବା ବେଳେ ୯୦୩ଜଣଙ୍କ ମୃତ୍ୟୁ ହୋଇଛି ।

   Related Posts