ରାଜ୍ୟରେ ଚିହ୍ନଟ ହେଲେ ୭୪୯ କରୋନା ସଂକ୍ରମିତ, ୩୦୯୪୦୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | November 16, 2020 IST

ଭୁବନେଶ୍ବର ୧୬।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୪୯କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୯୪୦୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୭ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୧୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୮ଜଣ, ବରଗଡ଼ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୪ଜଣ, କଟକ ଜିଲ୍ଲାରୁ ୩୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୧ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂପୁର ଜିଲ୍ଲାରୁ ୪୮ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୦ଜଣ, କେନ୍ଦୁଝର ଜିଲ୍ଲାରୁ ୪୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୮ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୫ଜଣ, ଷ୍ଟେଟ ପୁଲ୍‌ରୁ ୨୧ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୯୪୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୯୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୭୮୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୨୯୪୭୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.