ରାଜ୍ୟରେ ଚିହ୍ନଟ ହେଲେ ୭୫୩ କରୋନା ସଂକ୍ରମିତ, ୩୦୮୬୫୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | November 15, 2020 IST

ଭୁବନେଶ୍ବର ୧୫।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୫୩କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୮୬୫୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୧୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୩୨ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୧୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୧ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୪୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଝଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼଼ା ଜିଲ୍ଲାରୁ ୨୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪୭ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୬ଜଣ, କେନ୍ଦୁଝର ଜିଲ୍ଲାରୁ ୨୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୪ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଝଣ, ନବରଙ୍ଗପୁର ଜିଲ୍ଲାରୁ ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୬୫ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୫ଜଣ, ଷ୍ଟେଟ ପୁଲ୍‌ରୁ ୧୦ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୮୬୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୫୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୬୫୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୨୫୯୬୭୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.