Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ରାଜ୍ୟରେ ରେକର୍ଡ ସଂଖ୍ୟକ ୭୫୫ କରୋନା ପଜିଟିଭ୍ ଚିହ୍ନଟ : ସ୍ଥାନୀୟ ସଂକ୍ରମିତ ୨୪୭

10/07/2020 at 10:11 AM

ଭୁବନେଶ୍ବର, ୧୦।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୯୫୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୪୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନଗୋଳରୁ ୩,ବାଲେଶ୍ୱରରୁ ୯, ବରଗଡରୁ ୧, ଭଦ୍ରକରୁ ୨, ବଲାଙ୍ଗୀର ୧୨, କଚକରୁ ୫୫, ଦେଓଗଡରୁ ୪, ଢେଙ୍କାନାଳରୁ ୪, ଗଜପତିରୁ ୩୦, ଗଞ୍ଜାମରୁ ୩୨୦, ଜଗତସିଂପୁର ୫, ୟାଜପୁରରୁ ୮୬, କନ୍ଧମାଳରୁ ୨, କେନ୍ଦ୍ରାପଡା ୩୨, ଖୋର୍ଧାରୁ ୫୯, କୋରାପୁଟରୁ ୫, ମାଲଗାନଗିରିରୁ ୧୮, ମୟୂରବଞ୍ଜ ୧୨, ନୟାଗଡରୁ ୧୬, ପୁରୀରୁ ୧୧ ଓ ସମ୍ବଲପୁରରୁ ୨ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୯୫୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୪୭୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେସୁଦ୍ଧା ରାଜ୍ୟରେ ୩୨୧୪୪୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts