Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ରାଜ୍ୟରେ ଚିହ୍ନଟ ହେଲେ ୭୫୭ କରୋନା ସଂକ୍ରମିତ, ୩୧୨୫୪୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

20/11/2020 at 11:29 AM

ଭୁବନେଶ୍ବର ୨୦।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୨୫୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୨୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୫ଜଣ, କଟକ ଜିଲ୍ଲାରୁ ୬୭ଜଣ, ଦୋଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୦ଜଣ, କୋରାପୁଟ ଜିଲ୍ଲାରୁ ୮ଜଣ, ମାଲକାନଗିରି ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୩ଜଣ,ନବରଙ୍ଗପୁର ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୪୧ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୫୨ଜଣ, ଷ୍ଟେଟ ପୁଲ୍‌ରୁ ୧୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୨୫୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୦୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୨୭୯୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୪୭୧୧୮୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts