Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

୭୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀଙ୍କ ସହ ଅନେକ ନେତା ଓ ମନ୍ତ୍ରୀ

1/10/2021 at 12:16 PM

ନୂଆଦିଲ୍ଲୀ ୧୦/୦୯: ୭୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ । ତାଙ୍କ ଜନ୍ମଦିନ ଅବସରରେ ଚାରିଆଡୁ ଛୁଟିଛି ଶୁଭେଚ୍ଛାର ସୁଅ । ଦେଶର ବିଭିନ୍ନ ସ୍ଥାନରୁ ଅଭିନନ୍ଦନର ବାର୍ତ୍ତା ଦିଆଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନେକ ବରିଷ୍ଠ ନେତୃବୃନ୍ଦ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହି ଅବସରରେ ରାଷ୍ଟ୍ରପତିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଟ୍ୱୁଇଟ୍‌ ମାଧ୍ୟମରେ ଅଭିନନ୍ଦନ ଜଣାଇଛନ୍ତି ।

ଏହି ଟ୍ୱିଟ୍‌ରେ ସେ ଲେଖିଛନ୍ତି, ” ରାଷ୍ଟ୍ରପତି ତାଙ୍କର ନମ୍ର ବ୍ୟକ୍ତିତ୍ୱ ହେତୁ ସେ ନିଜକୁ ସମଗ୍ର ଦେଶ ପାଇଁ ପ୍ରିୟର ପାତ୍ର ପାଲଟିଛନ୍ତି । ସମାଜର ଗରିବ ବର୍ଗର ଲୋକଙ୍କ ସଶକ୍ତିକରଣ ଉପରେ ତାଙ୍କର ଗୁରୁତ୍ୱ ଅତି ଆଦର୍ଶନୀୟ ଅଟେ ”। ଏହାସହ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନର କାମନା କରିଛନ୍ତି ।

ସେହିପରି ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ରାଷ୍ଟ୍ରପତିଙ୍କୁ ଟ୍ୱୁଇଟ୍‌ କରି ତାଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଗୃହମନ୍ତ୍ରୀ ନିଜ ଟ୍ୱୁଇଟ୍‌ରେ ଲେଖିଛନ୍ତି, ”ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା । ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ ପାଇଁ ମୁଁ ଇଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଛି ” ।

   Related Posts