କଟକ ସହରରୁ ଆଉ ୭୯ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୨୩

Published By : Prameya-News7 Bureau | August 18, 2020 IST

କଟକ, ୧୮|୦୮: ମଙ୍ଗଳବାର କଟକ ସହରରୁ ଆଉ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଏହାମଧ୍ୟରୁ ୫୬ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୨୩ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

wp:html /wp:html

କ୍ୱାରେଣ୍ଟାଇନରେ ଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୧ଜଣ କମ୍ଟେନମେଣ୍ଟ ଜୋନ୍, ୧୨ ଜଣ ସରକାରୀ କ୍ୱାରେଣ୍ଟାଇନ ଓ ୧୩ ଜଣ ହୋମ୍ କ୍ୱାରେଣ୍ଟାଇନରେ ଥିଲେ ।

ଏହାସହ ସହରରୁ ୨୩ଜଣ ସ୍ଥାନୀୟ ସଂକ୍ରମିତ ମଧ୍ୟ ଚିହ୍ନଟ ହୋଇଛନ୍ତି ।ସୂଚନାଯୋଗ୍ୟ, କଟକ ସହରରେ ଏବେସୁଦ୍ଧା ୨୫୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫୮୨ଜଣ ଆରୋଗ୍ୟ ଲାଭ କରିଛନ୍ତି । ୧୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୨୧ଟି ସକ୍ରିୟ କେସ୍ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.