ଟ୍ରାକ୍ଟର ଧକ୍କାରେ ସପ୍ତମ ଶ୍ରେଣୀ ଛାତ୍ର ମୃତ

Published By : Prameya-News7 Bureau | February 21, 2019 IST

ସାନଖେମୁଣ୍ଡି ୨୧|୨: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡିରେ ଟ୍ରାକ୍ଟର ଧକ୍କାରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଗାନ୍ଧୀ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ପାଟପୁର ଅଞ୍ଚଳର ଛାତ୍ର ସ୍କୁଲକୁ ଯାଉଥିବା ସମୟରେ ଏକ ଟ୍ରାକ୍ଟର ତାଙ୍କୁ ପଛପଟୁ ଧକ୍କା ଦେଇଥିଲା । ତାଙ୍କୁ ଦିଗପହଣ୍ଡି ଡାକ୍ତରଖାନା ନିଆଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟର କୁ ପାଟପୁର ଥାନାରେ ଅଟକ ରଖାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.