Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୮ ଜଣଙ୍କ ଜୀବନ

9/09/2021 at 9:58 AM

ଭୁବନେଶ୍ୱର ୦୯।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୭୭୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଛନ୍ତି । ଯାଜପୁର, ମୟୁରଭଞ୍ଜ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୪୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୯୧୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୬୬୪୦୭୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts