Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଏହି ସବୁ ଜିଲ୍ଲାରେ ଲାଗୁ ହେଲା ନାଇଟ୍ କର୍ଫ୍ୟୁ, ରାତି ୮ରୁ ସକାଳ ୬ ଯାଏଁ ସବୁ ବନ୍ଦ

22/11/2020 at 3:00 PM

ନୂଆଦିଲ୍ଲୀ, ୨୨।୧୧: କରୋନା ଭାଇରସର ମହାମାରୀ ଜାରି ରହିଛି। ଅନେକ ଦେଶରେ କରୋନା ଭାଇରସର ଦ୍ୱିତୀୟ ଲହର ଚାଲିଛି । ଆମେରିକାରେ ଶନିବାର ଦିନ ୨ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଭାରତରେ ସଂକ୍ରମଣ କମିଥିଲେ ମଧ୍ୟ ବିପଦ ଟଳିନି ।  କରୋନା ଭାଇରସର ଦ୍ୱିତୀୟ ପ୍ରବାହକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର, ଗୁଜରାଟ ଓ ମଧ୍ୟପ୍ରଦେଶ ଭଳି ରାଜ୍ୟ ଗୁଡ଼ିକରେ ବ୍ୟାପକ ପଦକ୍ଷେପ ନିଆଯାଇଛି ।

ମହାରାଷ୍ଟ୍ର ସରକାର ଦିଲ୍ଲୀ-ମୁମ୍ବାଇ ଟ୍ରେନ ଓ ବିମାନ ସେବା ବନ୍ଦ କରିବାକୁ ଚିନ୍ତା କରୁଛନ୍ତି । ଗୁଜରାଟ ଓ ମଧ୍ୟପ୍ରଦେଶ ପରେ ଏବେ ରାଜସ୍ଥାନର କିଛି ଜିଲ୍ଲାରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ କରିବାକୁ ଘୋଷଣା କରି ଦିଆଯାଇଛି । ରାଜସ୍ଥାନର ସରକାର ସର୍ବାଧିକ କରୋନା ପଜିଟିଭ ଚିହ୍ନଟ ୮ଟି ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁ କରିଛନ୍ତି। ଏହି ଜିଲ୍ଲା ଗୁଡ଼ିକରେ ରାତି ୮ଟାରୁ ସକାଳ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲାଗୁ ରହିବ । ରାଜଧାନୀ ଜୟପୁରରେ ୧୪୪ ଧାରା ଲାଗୁ କରାଯାଇଛି ।

ସର୍ବାଧିକ କରୋନା ପ୍ରଭାବିତ ଜୟପୁର, ଯୋଧପୁର, କୋଟା, ବିକାନେର, ଉଦୟପୁର, ଆଜମେର, ଅଲୱର ଏବଂ ଭିଲୱାରାରେ ରାତି ୮ଟାରୁ ସକାଳ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲାଗୁ ରହିବ । ଏହି ୮ଟି ଜିଲ୍ଲାରେ ବଜାର, ରେଷ୍ଟୁରାଣ୍ଟ, ସପିଂମଲ୍ ଓ ଅନ୍ୟ ବାଣିଜ୍ୟିକ ସଂସ୍ଥା ରାତି ୭ଟା ପର୍ଯ୍ୟନ୍ତ ଖୋଲିପାରିବ । ସେହିପରି କାର୍ଯ୍ୟାଳୟ ୭୫ ପ୍ରତିଶତ କର୍ମଚାରୀଙ୍କୁ ନେଇ ପରିଚାଳିତ ହେବ । ମାସ୍କ ନପିନ୍ଧିଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ । ବିବାହ କାର୍ଯ୍ୟକ୍ରମରେ ସର୍ବାଧିକ ୧୦୦ ଜଣ ଲୋକ ଉପସ୍ଥିତ ରହିପାରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି ।

   Related Posts