Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

କମ୍ବିଂ ଅପରେସନ ବେଳେ ଧରାପଡିଲେ ୮ ହାର୍ଡକୋର ମାଓବାଦୀ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

5/11/2021 at 5:35 PM

ମାଲକାନଗିରି ୫।୧୧: ମାଲକାନଗିରି-ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ପୋଲିସକୁ ମିଳିଲା ବଡ ସଫଳତା ।  ଚିନ୍ତଲନାଡ ଥାନା ଅନ୍ତର୍ଗତ ମୋରାପାଲ୍ଲି ଜଙ୍ଗଲରେ ଡିଆରଜି ଓ ସିଆରପିଏଫ କୋବ୍ରା ବାଟାଲିୟନର ଯବାନମାନେ ମିଳିତ ଭାବେ କମ୍ବିଂ ଅପରେସନ କରୁଥିବା ସମୟରେ ୮ ଜଣ ହାର୍ଡକୋର ମାଓବାଦୀଙ୍କ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିବାରେ ସଫଳ ହୋଇଛନ୍ତି ସୁରକ୍ଷା କର୍ମୀ ।

ମାଓ ସଂଗଠନରେ ଏମାନେ ଦୀର୍ଘ ବର୍ଷ  ଧରି କାମ କରିବା ସହ ଯବାନଙ୍କ ଉପରେ ଫାୟାରିଂ, ଉନ୍ନୟନମୂଳକ କାମକୁ ବିରୋଧ କରି ଗାଡି ମୋଟର ଜାଳିବା, ରାସ୍ତା କାଟିବା, ସାଧାରଣ ଆଦିବାସୀ ଲୋକଙ୍କୁ ପୋଲିସ ଇନଫର୍ମର ସନ୍ଦେହରେ ହତ୍ୟା କରିବା ଓ ମାଓ ନେତାଙ୍କ ଆଦେଶରେ ବିଭିନ୍ନ ଗ୍ରାମରେ ପ୍ରଜାମେଳି କରିବା ଭଳି ବହୁ ଅପରାଧିକ ମାମଲାରେ ଜଡିତ ରହିଥିବା ପୋଲିସ ଜାଣି ପାରିଛି । ଗିରଫ ପରେ ଏହି ୮ ଜଣ ନକ୍ସଲପନ୍ଥୀଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ସୁକୁମା ଏସପି କହିଛନ୍ତି ।

   Related Posts