Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଭାରସାମ୍ୟ ହରାଇ ଓଲଟିଲା ଅଟୋ ; ଜଣେ ଗୁରୁତର, ୭ ଆହତ

9/08/2019 at 3:16 PM

ମୋହନା ୯|୮: ଗଜପତି ଜିଲ୍ଲା ମୋହନା ଥାନା ଜାଲିବାଡି-ବାଘମାରି ରାସ୍ତାରେ ଅଟୋ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ଜଣେ ଛାତ୍ର ଗୁରୁତର ହୋଇଥିବା ବେଳେ ୭ଜଣ ଆହତ ହୋଇଛନ୍ତି । ଦୁର୍ଘଟଣାଗ୍ରସ୍ତ ଅଟୋକୁ ଜବତ କରି ପୋଲିସ ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ବିଦ୍ୟାଳୟକୁ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଅଟୋ ଓଲଟି ପଡିଛି । ଦୁର୍ଘଟଣାରେ ୭ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିବାବେଳେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି । ସମସ୍ତ ଆହତଙ୍କୁ ଚନ୍ଦ୍ରଗିରି ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତର ଜଣଙ୍କୁ ବ୍ରହ୍ମପୁର ମେଡ଼ିକାଲ ପଠାଯାଇଛି। ଦୁର୍ଘଟଣା ପରେ ଡ୍ରାଇଭର ଗାଡିକୁ ଲୁଚାଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ପୋଲିସ ଅଟୋକୁ ଠାବ କରି ତଦନ୍ତ କରୁଛି । ଅଟୋଟି ଶିକୁଳିପଦରରୁ ଚନ୍ଦ୍ରଗିରି ଅଭିମୁଖେ ପିଲାଙ୍କୁ ନେଇ ଆସୁଥିବା ବେଳେ ଡ୍ରାଇଭର ମୋବାଇଲ କଥା ହେଉଥିବା ଯୋଗୁଁ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି ।

   Related Posts