Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

୮୦୦ ଲିଟର ଦେଶୀ ମଦ ସହ ବୋଲେରୋ ଜବତ, ଜଣେ ଗିରଫ

4/07/2021 at 11:20 AM

ଭଦ୍ରକ ୪।୭: ୮୦୦ ଲିଟର ଦେଶୀ ମଦ ସହ ବୋଲେରୋ ଜବତ । ଜଣେ ଗିରଫ । ଭଦ୍ରକ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଅବକାରୀ ନିରୀକ୍ଷକ ଧନେଶ୍ବର ଏକ ସ୍ବତନ୍ତ୍ର ଟିମ୍ ଦ୍ଵାରା ବାସୁଦେବପୁର ଥାନା ଅନ୍ତର୍ଗତ ଟେରା ଛକ ନିକଟରେ ପାଟ୍ରୋଲିଂ କରୁଥିବା ସମୟରେ ଗୋଟିଏ ମହିନ୍ଦ୍ରା ବୋଲେରୋ ଗାଡି ଜବତ କରିଛି ।

ଏହି ଗାଡିକୁ ଯାଞ୍ଚ ବେଳେ ଗାଡି ଭିତରୁ ୮୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ନୀଳଗିରି ଥାନା ଅନ୍ତର୍ଗତ ଚତର ଗ୍ରାମର ରାକେଶ କୁମାର ମେଦିନରାୟକୁ ଗିରଫ କରାଯାଇଥିବା ବେଳେ ଅନ୍ୟ ଦୁଇ ଜଣ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଜବତ ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ୩ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି ।

ଉକ୍ତ ଚଢାଉରେ  ଏଏସଆଇ ଭବେଶ ଦାସ, ପ୍ରହଲ୍ଲାଦ ସାମଲ ପ୍ରମୁଖ ସାମିଲ ଥିବାବେଳେ ଏନେଇ ଅବକାରୀ ବିଭାଗ ପକ୍ଷରୁ ମାମଲା ରୁଜ୍ଜୁ କରାଯାଇଛି ଓ ଫେରାର ଦୁଇ ଅଭିଯୁକ୍ତକୁ ଖୋଜୁଛି ଅବକାରୀ ବିଭାଗ ।

   Related Posts