Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାଇଦର ମାମଲାରେ ପୋଲିସକୁ ସହାୟତା କରିବି: ୟାକୁବ୍‌
  • ||
  • ଆତ୍ମସମର୍ପଣ କରିବି ବୋଲି କହିଲେ ହାଇଦର ସହଯୋଗୀ ୟାକୁବ
  • ||
  • ହାଇଦର ଫେରାର ନେଇ ନୂଆ ଖୁଲାସା: ବୁର୍ଲା ମେଡିକାଲରୁ ରେଫର ହୋଇନି, ଆଉଟ୍‌ଡୋର କି ଇନଡୋର୍‌ରେ ନାହିଁ ଗ୍ୟାଙ୍ଗଷ୍ଟରର ନାଁ
  • ||
  • କରୋନା ସ୍ଥିତି ନସୁଧୁରିବା ଯାଏ ରେମଡେସିଭିର ରପ୍ତାନୀ ବନ୍ଦ
  • ||
  • ରାସନ୍ ଧରି ଫେରୁଥିଲେ, ଓଲଟି ଗଲା ଟ୍ରାକ୍ଟର ଡାଲା, ୨ ମୃତ
  • ||
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୧ କୋଭିଡ୍ ପଜିଟିଭ୍, ୩୩୭୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

4/03/2021 at 11:05 AM

ଭୁବନେଶ୍ବର ୦୪।୦୩: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୫୨୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ୍‌ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୫୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୭୬୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୪୦୫୦୪୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts