ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆହୁରି ୮୪ କରୋନା ଆକ୍ରାନ୍ତ

Published By : Prameya-News7 Bureau | May 26, 2020 IST

ଭୁବନେଶ୍ୱର ୨୬|୦୫: ରାଜ୍ୟରେ ଆଜି ଆହୁରି ୮୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୭୩୩ରେ ପହଁଚିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟରରେ ପ୍ରକାଶ ପାଇଛି । ଗତକାଲି ୯୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ ।

ମଙ୍ଗଳବାର ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୪ଜଣ ଗଞ୍ଜାମର ଥିବା ବେଳେ ୧୮ଜଣ ଯାଜପୁର, ୧୧ଜଣ ବାଲେଶ୍ୱରର , ୭ଜଣ କଟକର, ୬ଜଣ ଭଦ୍ରକ , ୫ଜଣ କେନ୍ଦ୍ରାପଡାର , ୪ଜଣ ଲେଖାଏ ଖୋର୍ଦ୍ଧା ପୁରୀର ରହିଛନ୍ତି । ସେହିପରି ୨ଜଣ ଲେଖାଏଁ ନୟାଗଡ ଓ ମୟୁରଭଞ୍ଜର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

wp:html /wp:html

ମଙ୍ଗଳବାର ଦିନ ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୭୯ ସଂକ୍ରମିତଙ୍କ ମଧ୍ୟରୁ ୭୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

wp:html /wp:html

ଆଜି ଚିହ୍ନଟ ହୋଇଥିବା ୭୯ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୧୬ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୮ ଜଣ, କନ୍ଧମାଳ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ ଏବଂ ସୋନପୁର ଜିଲ୍ଲାରୁ ଜଣେ ରହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.