Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ପଡିଲାନି କୋଭିଡ୍ ମହାମାରୀର ପ୍ରଭାବ: ସୋଆର ୮୫ ପ୍ରତିଶତ ଇଞ୍ଜିନିୟରିଂ ଗ୍ରାଜୁଏଟ୍ ପାଇଲେ ପ୍ଲେସମେଣ୍ଟ୍

2/03/2021 at 8:46 PM

ଭୁବନେଶ୍ଵର ୦୨।୦୩: ଉଚ୍ଚଶିକ୍ଷା କ୍ଷେତ୍ରରେ ଓଡ଼ଶାର ଏକ ନମ୍ବର ଶିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍)ର ୨୦୨୧ ବ୍ୟାଚ୍‌ର ୮୫ ପ୍ରତିଶତ ଇଞ୍ଜିନିୟରିଂ ଛାତ୍ରଛାତ୍ରୀ ପ୍ରମୁଖ କମ୍ପାନୀଗୁଡ଼କିରେ ଉଚ୍ଚମାନର ନିଯୁକ୍ତି ସୁଯୋଗ ପାଇଛନ୍ତି। କୋଭିଡ ମହାମାରୀର କରାଳ ଛାୟା ଶିକ୍ଷା ବ୍ୟବସ୍ଥା ଉପରେ ଭୟଙ୍କର ଭାବେ ପଡ଼ିଥିବା ସତ୍ତ୍ଵେ ନିଯୁକ୍ତି କ୍ଷେତ୍ରରେ ଖୁବ୍ ସଫଳତା ସାଉଟିଛି ସୋଆ।

ପ୍ରାୟ ୩୦ ଛାତ୍ରଛାତ୍ରୀ ଡେ-ଜିରୋ ଅର୍ଥାତ ପିମିୟମ୍ ନିଯୁକ୍ତି ପ୍ରକ୍ରିୟାରେ ମାଇକ୍ରୋସଫ୍ଟ, ଆମାଜନ୍, ଫିନାଷ୍ଟ୍ରା, ରବର୍ଟ ବୋସ୍, ଡେଲ୍, ପିଡବ୍ଲୁସି, କ୍ଲାଉଡଗିନ୍, ଡେଲଏଟ୍, ଏଚ୍‌ପି ଆଇଏନ୍‌ସି, ଟେମେନସ୍, ଇନଫର୍ମାଟିକା ର୍ମ।ଟିକା,ଏମ୍ଏକ୍ୟୁ ସଫ୍ଟଓ୍ଵେୟାର, ଏନପିସିଆଇ, ସେଲ୍ସଫୋର୍ସ ଏବଂ ରାପ୍ୟୁଟା ରୋବୋଟିକ୍ସ ଭଳି କମ୍ପାନୀରେ ବାର୍ଷିକ ହାରାହାରି ୬.୩ ଲକ୍ଷ ଟଙ୍କାର ପ୍ୟାକେଜ୍‌ରେ ନିଯୁକ୍ତି ପାଇଥିବା ବଳେ ଏମାନଙ୍କ ମଧ୍ୟରୁ ସର୍ବ।ଧିକ ଆମାଜନ୍ ଭଳି କମ୍ପାନୀ ଠାରୁ ବାର୍ଷିକ ୩୦ ଲକ୍ଷ ଟଙ୍କା ପ୍ୟାକେଜ୍‌ର ଅଫର ପାଇଛଛନ୍ତି।

ମହାମାରୀ ସତ୍ତ୍ଵେ ଅଧିକାଂଶ ଛାତ୍ରଛାତ୍ରୀ ଏକାଧିକ କମ୍ପାନୀରେ ନିଯୁକ୍ତି ଅଫର ପାଇଛନ୍ତି। ଅନ୍ୟ ୫୫ ପ୍ରତିଶତ ଛାତ୍ରଛାତ୍ରୀ ପ୍ରତିଷ୍ଠିତ ମଲ୍‌ଟି ନ୍ୟାସନାଲ କମ୍ପାନୀ ଏବଂ ଡେ-ଓ୍ଵାନ ଏବଂ ଡେ-ଟୁ ନିଯୁକ୍ତିଦାତା ଇନଫୋସିସ୍, ଓବିପ୍ରୋ, କଗ୍ନିଜାଂଟ, କେପ୍‌ଜେମିନି, ଡିଏକ୍ସସି, ହେକ୍ସାଓ୍ଵେର, ଏଚ୍‌ସିଏଲ, ଏନ୍ଆଇଆଇଟି ଟକ୍ନୋଲୋଜିସ୍, ଏଲ୍ ଆଣ୍ଡ ଟି ଟକ୍ନୋଲୋଜିସ୍, ଇନ୍‌ଫୋଗେନ୍‌, ଟୁଡିପ ଟକ୍ନୋଲୋଜିସ୍, ଭି-କନ୍‌ଷ୍ଟ୍ରକ୍ଟ , ଏନ୍‌ସିସି, ଗ୍ଳୋବାଲ୍ ଏଜ୍ ଏବଂ ଅନ୍ୟାନ୍ୟ ବିଭିନ୍ନ କମ୍ପାନୀରୁ ନିଯୁକ୍ତ ଅଫର ପାଇଛନ୍ତି।

ଏହା ବ୍ୟତୀତ ଖ୍ୟାତି ସମ୍ପନ୍ନ ଡିଜିଟାଲ୍ ମାର୍କେଟିଂ କର୍ପୋରେଟ୍ ମିଡିଆ ମିଣ୍ଟ ମଧ୍ୟ ଏମ୍ଓୟୁ ମାଧ୍ୟମରେ ସୋଆର ପ୍ରତିଭାବାନ୍ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ଦେବା ପାଇଁ ଆଗ୍ରହ ପ୍ରକାଶ କରିଛି। କ୍ୟାମ୍ପସ୍ ନିଯୁକ୍ତି ପ୍ରକ୍ରିୟାର ଶେଷ ସୁଦ୍ଧା ପ୍ରାୟ ୯୫ ପ୍ରତିଶତ ଛାତ୍ରଛାତ୍ରୀ ନିଯୁକ୍ତିର ସୁଯୋଗ ପାଇପାରିବେ ବୋଲି ଆଶା କରାଯାଉଛି।

ଚଳିତ ବର୍ଷ ଆଇଟିଇଆର୍ର କ୍ୟାମ୍ପସ୍ ନିଯୁକ୍ତି ପ୍ରକ୍ରିୟାରେ ୯୦ରୁ ଅଧିକ କମ୍ପାନୀ ଭାଗ ନେଇଥିଲେ। ଏହା ବ୍ୟତୀତ ସୋଆର ଛାତ୍ରଛାତ୍ରୀମାନଙ୍କର ପ୍ରଦର୍ଶନକୁ ଦୃଷ୍ଟିରେ ରଖି ଅନେକ ପ୍ରତିଷ୍ଠିତ କର୍ପୋରେଟ୍ ସୋଆ କ୍ୟାମ୍ପସ୍‌ ସେମାନଙ୍କର ହବ୍ ପ୍ରତିଷ୍ଠା କରିବା ନିମନ୍ତେ ଆଗ୍ରହ ପ୍ରକାଶ କରିଛି। ଏହା ଦ୍ବାରା ଛାତ୍ରଛାତ୍ରୀମାନଙ୍କୁ ଆଗାମୀ ଦିନରେ ଇଣ୍ଡଷ୍ଟି‌ ଅଧିକ ସୁଯୋଗ ମିଳିବ ବୋଲି ଆଶା କରାଯାଉଛି।

କୋଡିଙ୍ଗ, ଟେକ୍ନୋଲୋଜି, ସଫ୍ଟ ସ୍କିଲ, ଆପ୍‌ଟିଚ୍ୟୁଡ୍ ଏବଂ କାଉନ୍‌ସେଲିଂ କ୍ଷେତ୍ରରେ ଉତ୍କୃଷ୍ଟ ଧରଣର ଟ୍ରେନିଂ କାର୍ଯ୍ୟକ୍ରମ ଯୋଗେ ସୋଆର ଛାତ୍ରଛାତ୍ରୀମାନେ ସେମାନଙ୍କ ଲକ୍ଷ୍ୟ ହାସଲ କରିବାରେ ଏବଂ ନିଜର ଶିକ୍ଷା ଏବଂ ପାରଦର୍ଶିତାକୁ ଉଚ୍ଚ ସ୍ତରକୁ ନେବାରେ ସଫଳ ହବେ ବୋଲି ଆଶା କରାଯାଉଛି।

   Related Posts