ଥମୁନି କରୋନାର ପ୍ରକୋପ, ସେପଟେ ସୁସ୍ଥ ହେଲେ ଆଉ ୮୫୪୭ ଆକ୍ରାନ୍ତ

Published By : Prameya-News7 Bureau | May 12, 2021 IST

ଭୁବନେଶ୍ଵର ୧୧।୦୫: ରାଜ୍ୟରେ କରୋନା ସଂକ୍ରମଣର ପ୍ରକୋପ ଥମିବାର ନାଁ ନେଉନାହିଁ। ଗତ କିଛି ଦିନ ପରେ ଦୈନିକ ୧୦ ହଜାରରୁ ଉର୍ଦ୍ଧ୍ଵ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ। ଆଶ୍ଵସ୍ତିକର କଥା ସଂକ୍ରମିତଙ୍କ ସହ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୮୫୪୭ ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସୁସ୍ଥ ରୋଗୀଙ୍କ ସଂଖ୍ୟା ୪, ୭୩, ୬୮୦କୁ ବୃଦ୍ଧି ଘଟିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ଵିଟ୍ ଯୋଗେ ବୁଧବାର ଏହାର ସୂଚନା ଦେଇଛି।

wp:html /wp:html

ସବୁ ଦିନ ପରି ଆଜି ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୬୫ ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି। କଟକ ଜିଲ୍ଲାରୁ ୫୯୩ ଏବଂ ସୁନ୍ଦରଗଡରୁ  ୫୯୧ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ସେହି ପରି ସମ୍ବଲପୁରରୁ ୫୧୮, ବରଗଡରୁ ୪୩୬, ନୂଆପଡାରୁ ୪୧୧, ପୁରୀରୁ ୪୦୨,  ଭଦ୍ରକରୁ ୩୫୦, ଅନୁଗୋଳରୁ ୩୪୨, ରାୟଗଡାରୁ ୩୩୭, ଝାରସୁଗୁଡାରୁ ୩୨୫ ଓ ବଲାଙ୍ଗୀରରୁ ୩୦୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

wp:html /wp:html

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ  ୧୦୯୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୬୫୬୪୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧୪୯  ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୮୩୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସେହିପରି ୧୭ଜଣଙ୍କ ମୃତ୍ୟୁ ସହ କରୋନାଜନିତ ମୃତ ସଂଖ୍ୟା ୨୨୩୨କୁ ବୃଦ୍ଧି ଘଟିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.