ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍, ୩୩୭୧୦୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | February 27, 2021 IST

ଭୁବନେଶ୍ବର ୨୬।୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୧୦୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୫ଜଣ, ଦେବଗଡ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୪୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୭୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୪୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୩୦୦୪୪୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.