ସମ୍ କୋଭିଡ୍ ହସ୍ପିଟାଲରୁ ପୁଣି ସୁସ୍ଥ ହେଲେ ୮୬ ବର୍ଷୀୟା ମହିଳା

Published By : Prameya-News7 Bureau | October 14, 2020 IST

ଭୁବନେଶ୍ୱର ୧୪/୧୦ : ଉପଯୁକ୍ତ ଉତ୍ତମ ଚିକିତ୍ସା, ଯତ୍ନ ଓ ସେବା ଫଳରେ ସମ୍ କୋଭିଡ୍‌ ହସ୍ପିଟାଲରୁ ନିୟମିତ ଭାବେ ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରୁଥିବା ବେଳେ ପୁଣି ଜଣେ ବୟୋଜ୍ୟେଷ୍ଠା ମହିଳା ଏହି ମାରାତ୍ମକ ଭାଇରସ୍‌କୁ ପରାସ୍ତ କରିଛନ୍ତି ।

ଢେଙ୍କାନାଳର ୮୬ ବର୍ଷୀୟା ନିରୁପମା ମହାପାତ୍ର କରୋନା ସଂକ୍ରମିତ ହୋଇ ସମ୍ କୋଭିଡ ହସ୍ପିଟାଲ୍‌ରେ ଭର୍ତି ହୋଇଥିଲେ । ତାଙ୍କର ମଧୁମେହ ଓ ଉଚ୍ଚ ରକ୍ତଚାପ ଭଳି ଶାରୀରିକ ଅସୁସ୍ଥତା ଥିଲା ।କରୋନା ପଜିଟିଭ ହେବା ପରେ ସେ ଘରେ ରହି ଚିକିତ୍ସିତ ହେଉଥିଲେ । ମାତ୍ର ହଠାତ୍ ସ୍ୱାସ୍ଥ୍ୟବସ୍ଥା ଖରାପ  ହୋଇ ପଡ଼ିବାରୁ ପ୍ରଥମେ ଢେଙ୍କାନାଳ ସରକାରୀ ହସ୍ପିଟାଲ୍‌ରେ ଭର୍ତି ହୋଇଥିଲେ । ତେବେ କିଛି ସମୟ ମଧ୍ୟରେ ଢେଙ୍କାନାଳରୁ ତାଙ୍କୁ ଭୁବନେଶ୍ୱର ସମ୍ କୋଭିଡ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା ।

{"id":344399,"sizeSlug":"large"}

ସମ୍ କୋଭିଡ ହସ୍ପିଟାଲ୍‌ରେ ଡାକ୍ତର ଓ ନର୍ସମାନେ ଏହି ବୟସ୍କା ମହିଳାଙ୍କର ଉତ୍ତମ ଯତ୍ନ ନେଇଥିଲେ । ସମ୍‌ କୋଭିଡ ଟିମ୍‌ର ସଫଳ ଚିକିତ୍ସା ଫଳରେ ଶ୍ରୀମତି ମହାପାତ୍ର ସୁସ୍ଥ ହୋଇ ନିଜ ଗୃହକୁ ଫେରିଯାଇଛନ୍ତି । ମା'ସୁସ୍ଥ ହେବା ପରେ ସମ୍ କୋଭିଡ ଟିମ୍‌କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ତାଙ୍କ ପୁଅ ଶ୍ରୀ ଇତିକାନ୍ତ ମହାପାତ୍ର ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.