Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

୨୪ ଘଣ୍ଟାରେ କରୋନାକୁ ମାତ୍ ଦେଲେ ଆଉ ୮୬୬୫ ସଂକ୍ରମିତ

13/05/2021 at 7:35 PM

ଭୁବନେଶ୍ଵର ୧୧।୦୫: ରାଜ୍ୟରେ କରୋନା ସଂକ୍ରମଣର ପ୍ରକୋପ ଥମିବାର ନାଁ ନେଉନାହିଁ। ଗତ କିଛି ଦିନ ହେବ ଦୈନିକ ୧୦ ହଜାରରୁ ଉର୍ଦ୍ଧ୍ଵ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ। ଆଶ୍ଵସ୍ତିକର କଥା ସଂକ୍ରମିତଙ୍କ ସହ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୮୬୬୫ ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସୁସ୍ଥ ରୋଗୀଙ୍କ ସଂଖ୍ୟା ୪, ୮୨,୩୪୫କୁ ବୃଦ୍ଧି ଘଟିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ଵିଟ୍ ଯୋଗେ ଗୁରୁବାର ଏହାର ସୂଚନା ଦେଇଛି।

ସବୁ ଦିନ ପରି ଆଜି ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୧୧୪୬ ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି। ସୁନ୍ଦରଗଡରୁ  ୬୨୮ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ସେହି ପରି ଅନୁଗୋଳରୁ ୫୨୮, ଝାରୁସୁଗୁଡାରୁ ୪୫୮,  କଟକରୁ ୪୪୪, ପୁରୀରୁ ୪୩୪, ନୂଆପଡାରୁ ୪୦୪, ସମ୍ବଲପୁରରୁ ୩୮୧, ବରଗଡରୁ ୩୬୩,  ବଲାଙ୍ଗୀରରୁ ୩୨୪, ନବରଙ୍ଗପୁରରୁ ୩୧୮ ଓ ବାଲେଶ୍ଵରରୁ ୩୦୧ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ  ୧୦୬୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୬୨୯୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୬୫  ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬୮୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସେହିପରି ୧୯ ଜଣଙ୍କ ମୃତ୍ୟୁ ସହ କରୋନାଜନିତ ମୃତ ସଂଖ୍ୟା ୨୨୫୧କୁ ବୃଦ୍ଧି ଘଟିଛି।

   Related Posts