ରାଜ୍ୟରେ ଚିହ୍ନଟ ହେଲେ ୮୬୮ କରୋନା ସଂକ୍ରମିତ, ୩୧୧୭୮୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | November 19, 2020 IST

ଭୁବନେଶ୍ବର ୧୯।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୧୭୮୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୪ଜଣ , ବାଲେଶ୍ୱର ଜିଲ୍ଲାରୁ ୧୮ଜଣ, ବରଗଡ଼ ଜିଲ୍ଲାରୁ ୨୧ଜଣ, ଭଦ୍ରକ ଜିଲ୍ଲାରୁ ୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬୪ଜଣ, ଦୋଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୪୪ଜଣ, ଯାଜପୁର ଜିଲ୍ଲାରୁ ୩୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୦ଜଣ, କନ୍ଧମାଳ ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୫ଜଣ, କେନ୍ଦୁଝର ଜିଲ୍ଲାରୁ ୩୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୬ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମାଲକାନଗିରି ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୬ଜଣ,ନବରଙ୍ଗପୁର ଜିଲ୍ଲାରୁ ୧୪ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୪୬ଜଣ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୭ଜଣ, ଷ୍ଟେଟ ପୁଲ୍‌ରୁ ୨୩ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୧୭୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୩୬୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୧୭୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୪୨୪୭୬୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.