ରାଜ୍ୟରେ ୮ହଜାର ଉପରେ ଦୈନିକ ସଂକ୍ରମଣ, ଗତ ୨୪ଘଣ୍ଟାରେ ବାହାରିଲେ ୮୬୮୧ ପଜିଟିଭ୍‌

Published By : Prameya-News7 Bureau | April 30, 2021 IST

ଭୁବନେଶ୍ବର ୩୦।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୬୮୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୪୧୯୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୪୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୭୩୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୫ଜଣ, ବରଗଡ଼ ଜିଲ୍ଲାରୁ ୪୨୩ଜଣ, ଭଦ୍ରକ ଜିଲ୍ଲାରୁ ୧୦୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୫୯ଜଣ, ବୌଦ୍ଧ ଜିଲ୍ଲାରୁ ୫୭ଜଣ, କଟକ ଜିଲ୍ଲାରୁ ୫୭୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୩ଜଣ, ଗଜପତି ଜିଲ୍ଲାରୁ ୧୨୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୮ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୩୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯୫ଜଣ, କନ୍ଧମାଳ ଜିଲ୍ଲାରୁ ୫୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୪୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୦୮ଜଣ, କୋରାପୁଟ ଜିଲ୍ଲାରୁ ୧୧୩ଜଣ, ମାଲକାନଗିରି ଜିଲ୍ଲାରୁ ୩୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୬୮ଜଣ, ନୟାଗଡ଼ ଜିଲ୍ଲାରୁ ୧୬୦ଜଣ, ନୂଆପଡ଼ା ଜିଲ୍ଲାରୁ ୩୦୪ଜଣ, ପୁରୀ ଜିଲ୍ଲାରୁ ୫୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୫୧ଜଣ, ସମ୍ବଲପୁର ଜିଲ୍ଲାରୁ ୪୧୦ଜଣ, ସୋନପୁର ଜିଲ୍ଲାରୁ ୯୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୪୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୭୭ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୪୪୧୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୧୬୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୮୦୪୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୦୮୬୬୫୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.