କମୁଛି ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୮୭୩୫ କରୋନା ସଂକ୍ରମିତ

Published By : Prameya-News7 Bureau | June 01, 2021 IST

ଭୁବନେଶ୍ୱର ୦୧।୦୬ : ରାଜ୍ୟରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୭୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୬୪୯୯୭ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୯୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୮୪୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୫୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫୬୬ଜଣ, ବରଗଡ଼ ଜିଲ୍ଲାରୁ ୧୯୩ଜଣ, ଭଦ୍ରକ ଜିଲ୍ଲାରୁ ୧୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୯ଜଣ, ବୌଦ୍ଧ ଜିଲ୍ଲାରୁ ୧୩୭ଜଣ, କଟକ ଜିଲ୍ଲାରୁ ୬୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୬୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୦୩ଜଣ, ଗଜପତି ଜିଲ୍ଲାରୁ ୮୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୮୨ଜଣ, ଯାଜପୁର ଜିଲ୍ଲାରୁ ୫୦୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭୭ଜଣ, କନ୍ଧମାଳ ଜିଲ୍ଲାରୁ ୬୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୮୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୨୨ଜଣ, କୋରପୁଟ ଜିଲ୍ଲାରୁ ୨୫୫ଜଣ, ମାଲକାନଗିରି ଜିଲ୍ଲାରୁ ୯୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬୪ଜଣ, ନୟାଗଡ଼ ଜିଲ୍ଲାରୁ ୨୮୫ଜଣ, ନୂଆପଡ଼ା ଜିଲ୍ଲାରୁ ୪୦ଜଣ, ପୁରୀ ଜିଲ୍ଲାରୁ ୪୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୯୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୭୭ଜଣ, ସୋନପୁର ଜିଲ୍ଲାରୁ ୧୫୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୨୦ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୭୩୭୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୯୯୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୮୦୯୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୮୩୫୩୬୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.