Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେଣି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
  • ||
  • ଆଜିଠୁ ଟିକା ଉତ୍ସବ, ୧୪ ଯାଏ କରୋନା ମହାମାରୀ ମୁକାବିଲା ଲାଗି ଚାଲିବ ଦେଶବ୍ୟାପୀ
  • ||

ରେକର୍ଡ : ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭୯ କୋଭିଡ୍ ପଜିଟିଭ୍, ୩୪୫୫୨୬ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

8/04/2021 at 10:12 AM

ଭୁବନେଶ୍ବର ୦୮।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୫୫୨୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ଜଣ, ବରଗଡ଼ ଜିଲ୍ଲାରୁ ୫୩ଜଣ, ଭଦ୍ରକ ଜିଲ୍ଲାରୁ ୧୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩୧ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୪ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୬୧ଜଣ, ପୁରୀ ଜିଲ୍ଲାରୁ ୪୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାର ୪୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୫୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୮୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୬୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୨୭୫୬୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts