Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଖସୁଛି ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୮୮୩୯ କରୋନା ସଂକ୍ରମିତ

3/06/2021 at 8:30 AM

ଭୁବନେଶ୍ୱର ୦୩।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୮୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୦୯୭୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୪୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୮୯୧ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯୫ଜଣ, ବରଗଡ଼ ଜିଲ୍ଲାରୁ ୧୯୩ଜଣ, ଭଦ୍ରକ ଜିଲ୍ଲାରୁ ୪୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୯ଜଣ, ବୌଦ୍ଧ ଜିଲ୍ଲାରୁ ୧୭୯ଜଣ, କଟକ ଜିଲ୍ଲାରୁ ୭୬୯ଜଣ, ଦେଓଗଡ଼ ଜିଲ୍ଲାରୁ ୮୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୧୦ଜଣ, ଗଜପତି ଜିଲ୍ଲାରୁ ୫୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୧୭ଜଣ, ଯାଜପୁର ଜିଲ୍ଲାରୁ ୪୯୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪୫ଜଣ, କନ୍ଧମାଳ ଜିଲ୍ଲାରୁ ୫୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୦୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୩୫ଜଣ, କୋରାପୁଟ ଜିଲ୍ଲାରୁ ୯୯ଜଣ, ମାଲକାନଗିରି ଜିଲ୍ଲାରୁ ୮୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୮୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୯ଜଣ, ନୟାଗଡ଼ ଜିଲ୍ଲାରୁ ୨୪୬ଜଣ, ନୂଆପଡ଼ା ଜିଲ୍ଲାରୁ ୩୪ଜଣ, ପୁରୀ ଜିଲ୍ଲାରୁ ୪୩୮ଜଣ, ରାୟଗଡ଼ା ଜିଲ୍ଲାରୁ ୨୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୯୪ଜଣ, ସୋନପୁର ଜିଲ୍ଲାରୁ ୧୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୦୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୯୦୯୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫୪୨୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୦୨୬୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୯୭୨୨୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts