Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

25/02/2021 at 11:50 AM

ଭୁବନେଶ୍ବର ୨୫।୦୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୯୨୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲରାୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୯୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୩୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୨୫୫୦୮୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts