ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି

Published By : Prameya-News7 Bureau | August 13, 2020 IST

ଭୁବନେଶ୍ବର ୧୩।୦୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ମୃତ ୯ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାର ଜଣେ ୨୩ବର୍ଷୀୟ ଯୁବକ ଏବଂ ୭୨ବର୍ଷୀୟ ବୃଦ୍ଧ ରହିଛନ୍ତି । ଗଞ୍ଜାମ ଜିଲ୍ଲାରୁ ଜଣେ ୭୩ବର୍ଷୀୟ ବୃଦ୍ଧ, ୮୨ବର୍ଷୀୟ ବୃଦ୍ଧ, ଏବଂ ୩୬ବର୍ଷୀୟ ପୁରୁଷ ରହିଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ୬୧ବର୍ଷୀୟ ପୁରୁଷ ରହିଛନ୍ତି । ମୟୁରଭଞ୍ଜ ଜିଲ୍ଲାରୁ ଜଣେ ୫୮ବର୍ଷୀୟ ପୁରୁଷ ରହିଥିବା ବେଳେ ଆଉ ଜଣେ ୬୦ବର୍ଷୀୟ ବୃଦ୍ଧ ରହିଛନ୍ତି । ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ୮୧ବର୍ଷୀୟ ବୃଦ୍ଧ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୨୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୮୦୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୬୪୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୬୫୦୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ସେହିପରି ୩୧୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

{"id":313836,"sizeSlug":"large"}
wp:core-embed/wordpress {"url":"http://www.prameyanews7.com/corona-cases-reached-52653-in-odisha/","type":"wp-embed","providerNameSlug":"prameya-news-7","className":""}
http://www.prameyanews7.com/corona-cases-reached-52653-in-odisha/
/wp:core-embed/wordpress

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.