ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୩୦୫କୁ ବୃଦ୍ଧି

Published By : Prameya-News7 Bureau | August 12, 2020 IST

ଭୁବନେଶ୍ବର ୧୨।୦୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ମୃତ ୯ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ , ବାଲେଶ୍ବରରୁ ଜଣେ ରହିଛନ୍ତି । ମତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ଜଣେ ୪୮ବର୍ଷୀୟ ମହିଳା, ୫୭ବର୍ଷୀୟ ପୁରୁଷ, ୫୭ବର୍ଷୀୟ ପୁରୁଷ, ୭୪ବର୍ଷୀୟ ମହିଳା ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୫୮ବର୍ଷୀୟ ପୁରୁଷ ରହିଛନ୍ତି । ରାୟଗଡ଼ା ଜିଲ୍ଲାରୁ ଦୁଇ ଜଣ ୬୫ ବର୍ଷୀୟ ପୁରୁଷ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ଜଣେ ୩୮ବର୍ଷୀୟ ପୁରୁଷ ରହିଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ଜଣେ ୪୪ ବର୍ଷୀୟ ମହିଳା ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୦୬୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୫୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୮୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୨୪୩୫୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ସେହିପରି ୩୦୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

{"id":313367,"sizeSlug":"large"}
wp:core-embed/wordpress {"url":"http://www.prameyanews7.com/corona-cases-reached-50672-in-odisha/","type":"wp-embed","providerNameSlug":"prameya-news-7","className":""}
http://www.prameyanews7.com/corona-cases-reached-50672-in-odisha/
/wp:core-embed/wordpress

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.