Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି

5/08/2020 at 10:40 AM

ଭୁବନେଶ୍ୱର ୫।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତ ୯ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ତୀବ୍ର କିଡନୀ ଆଘାତରେ ମଧ୍ୟ ପୀଡିତ ଥିଲେ ।

ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କା ମହିଳା । ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ । ଗଜପତି ଜିଲ୍ଲାର ୨୭ ବର୍ଷ ବୟସ୍କ ପୁରୁଷ ।

ଗଞ୍ଜାମ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । କେନ୍ଦୁଝର ଜିଲ୍ଲାର ଜଣେ ୨୧ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ (ଟାଇପ୍-୨) ରେ ମଧ୍ୟ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୦୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୪୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୨୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୪ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୫୮୫୫୦୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts