ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୯୦ କରୋନା ସଂକ୍ରମିତ, ୮୫୯କୁ ବୃଦ୍ଧି ପାଇଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | July 15, 2020 IST

ଭୁବନେଶ୍ୱର ୧୫।୦୭: ଆଜି ରାଜ୍ୟରେ ୬୧୮ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୦୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ତେବେ ବୁଧବାର ଦିନ ଭୁବନେଶ୍ୱରରୁ ୯୦ଜଣ କୋଭିଡ଼-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବରରେ ୨୪ ଘଣ୍ଟାରେ ସର୍ବାଧିକ ୯୦ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ । ସେମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୬୩ ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୭ ପଜିଟିଭ୍‌ ଚିହ୍ନଟ ରହିଛନ୍ତି । ସେହିପରି ୨୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ୍‌ କରି ସୂଚନା ଦେଇଛି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ପାହାଳ ଫାଣ୍ଡି ନିକଟରୁ ୧୦ଜଣ ଚିହ୍ନଟ ହୋଇଥିବା ବେଳେ ସାଲିଆ ସାହି ଶ୍ରୀକୃଷ୍ଣ ନଗର ଲିଙ୍କରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କୋଳଥିଆ ଖଣ୍ଡଗିରି ବିହାରରୁ ୩ଜଣ, ଜାଗମରା ଅଞ୍ଚଳରୁ ଜଣେ , ରସୁଲଗଡ ଅଞ୍ଚଳରୁ ୪ଜଣ , ହଂସପାଳ ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ତେବେ ଆଜି ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା ୯୦ଜଣ କରୋନା ସଂକ୍ରମିତଙ୍କ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୫୯ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରେ ୧୧ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇସାରିଛି । ସେହିପରି ୩୮୫ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୬୨ ଚିକିତ୍ସାଧୀନ ରହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.