କରୋନାକୁ ପରାସ୍ତ କଲେ ୯୦ ବର୍ଷୀୟା ବୃଦ୍ଧା, ସମ୍‌ କୋଭିଡ୍‌ ହସ୍ପିଟାଲରେ ହେଉଥିଲେ ଚିିକିତ୍ସତ

Published By : Prameya-News7 Bureau | May 16, 2021 IST

ଭୁବନେଶ୍ୱର, ୧୬/୫: ହାରିବ କରୋନା, ଜିତିବ ଭାରତ । ଏ କଥାକୁ ପୁଣି ଥରେ ସାବ୍ୟସ୍ତ କରିଛନ୍ତି ଜଣେ ୯୦ ବର୍ଷୀୟା ବୃଦ୍ଧା। ସମ୍‌ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି କରୋନା ସଂକ୍ରମିତ ହୋଇଥିବା ବାଉରୀ ସାହୁ । ଭୁବନେଶ୍ୱର ୟୁନିଟ ୨ ଅଂଚଳର ବାଉରୀ ଗତ ମେ ୩ ତାରିଖରେ କୋଭିଡ ଆକ୍ରାନ୍ତ ହେବା ପରେ ସମ୍‌ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

ତେବେ ହସ୍ପିଟାଲର ଡାକ୍ତର, ନର୍ସ ଏବଂ ଅନ୍ୟ ସ୍ୱାସ୍ଥ୍ୟକର୍ମୀଙ୍କ ପ୍ରଚେଷ୍ଟା ଫଳରେ ସେ ରବିବାର ଆରୋଗ୍ୟଲାଭ କରିବା ସହ ଘରକୁ ଫେରିଛନ୍ତି । ବୃଦ୍ଧା ଜଣଙ୍କ ସୁସ୍ଥ ହେବା ପରେ ସମ୍‌ କୋଭିଡ ହସ୍ପିଟାଲକୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ତାଙ୍କ ପୁଅ ବିଶି ସାହୁ। ଗତ ୧୩ ତାରିଖରେ ଜଣେ ୯୮ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା ବିଶ୍ୱାଳ ମଧ୍ୟ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.