Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ରାଜ୍ୟରେ ଚିହ୍ନଟ ହେଲେ ୯୦୨କରୋନା ସଂକ୍ରମିତ, ୩୦୭୯୦୬ ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

14/11/2020 at 11:41 AM

ଭୁବନେଶ୍ବର ୧୪।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୦୨କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୭୯୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୨୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୭୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୦ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯ଜଣ, ବରଗଡ଼ ଜିଲ୍ଲାରୁ ୩୭ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୨୬ଜଣ, କଟକ ଜିଲ୍ଲାରୁ ୭୦ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୨୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଝଣ, କଳାହାଣ୍ଡି ଜିଲ୍ଲାରୁ ୧୬ଜଣ, କନ୍ଧମାଳ ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୮ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୫ଝଣ, ମୟୁରଭଞ୍ଜ ଜିଲ୍ଲାରୁ ୮୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୪୩ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୫ଜଣ, ଷ୍ଟେଟ ପୁଲରୁ ୧୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୭୯୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୦୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୫୨୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୨୧୯୦୧୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts