Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ସମ କୋଭିଡ ହସ୍ପିଟାଲରେ କରୋନାକୁ ପରାସ୍ତ କଲେ ୯୯ ବର୍ଷୀୟ ବୃଦ୍ଧ, ବହୁ ରୋଗରେ ଥିଲେ ଆକ୍ରାନ୍ତ

19/05/2021 at 10:35 PM

ଭୁବନେଶ୍ୱର, ୧୯/୫: କରୋନା ବିରୁଦ୍ଧ ଯୁଦ୍ଧରେ ବିଜୟୀ ହେଉଛନ୍ତି ବୟୋଜ୍ୟେଷ୍ଠ l ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହେଉଛନ୍ତି ଜଣକ ପରେ ଜଣେ ବରିଷ୍ଠ ନାଗରିକ l ଏହି କ୍ରମରେ ବୁଧବାର ଜଣେ ୯୯ ବର୍ଷୀୟ ବୃଦ୍ଧ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି l

ଭୁବନେଶ୍ୱର ସହିଦନଗର ଅଂଚଳର ମୁରଲୀଧର ଦାସ କୋଭିଡ ସଂକ୍ରମିତ ହୋଇ ଗତ ମେ ୯ ତାରିଖରେ ସମ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ l ତେବେ ସମ କୋଭିଡର ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟ ସେବାରେ ନିୟୋଜିତ ଥିବା କର୍ମଚାରୀଙ୍କ ଉତ୍ତମ ଚିକିତ୍ସା, ସେବା ଓ ଯତ୍ନ ଫଳରେ ସେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି l ମୁରଲୀଧରଙ୍କର ପାର୍କିନ୍ସନ, ଉଚ୍ଚ ରକ୍ତଚାପ, ମଧୁମେହ ଭଳି ଅନେକ ସ୍ୱାସ୍ଥ୍ୟଗତ ସମସ୍ୟା ରହିଥିବା ବେଳେ ଆଗରୁ ବ୍ରେନଷ୍ଟ୍ରୋକ ମଧ୍ୟ ହୋଇସାରିଛି l କୋଭିଡ ଆକ୍ରାନ୍ତ ହେବା ପରେ ସେ ଠିକ ଭାବେ କଥା ମଧ୍ୟ କହି ପାରୁନଥିଲେ l

ତେଣୁ ଏହି ବୟୋଜ୍ୟେଷ୍ଠଙ୍କର ନିଷ୍ଠା ଓ ଯତ୍ନର ସହ ସେବା କରିଥିଲେ ସମ କୋଭିଡର ଡାକ୍ତର ଓ ନର୍ସ l ଦୀର୍ଘ ୧୧ ଦିନ ମଧ୍ୟରେ ତାଙ୍କ ସହ ଏକ ଅନାବିଳ ସମ୍ପର୍କ ସୃଷ୍ଟି ହୋଇଯାଇଥିଲା ବୋଲି କହିଛନ୍ତି ହସ୍ପିଟାଲର ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟକର୍ମୀ l ମୁରଲୀଧର ହସ୍ପିଟାଲରୁ ଡିସ୍ଚାର୍ଜ ହେବା ସମୟରେ ବେଶ ଆନନ୍ଦିତ ଥିଲେ। ସେ ଯିବା ସମୟରେ ଏକ ଭାବବିହ୍ଵଳ ପରିବେଶ ସୃଷ୍ଟି ହୋଇଥିଲା l କୋଭିଡର ଦ୍ଵିତୀୟ ଲହରୀ ସମୟରେ ଭୁବନେଶ୍ୱରର ୯୦ ଓ ୯୮ ବର୍ଷୀୟା ଦୁଇ ଜଣ ବୃଦ୍ଧା ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି l

   Related Posts